Latest Odisha News

ପୋଖରୀରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ରାୟଗଡ଼ା: ପୋଖରୀରେ ଜଣେ ମହିଳାଙ୍କ ଉଲଗ୍ନ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଏହିପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ଆଗୁଳ ପଞ୍ଚାୟତ କୁରୁମାଯୋଡ଼ି ଗାଁରେ ।

BjdElectrycity

ସୂଚନା ଅନୁସାରେ, ଆଜି ଗ୍ରାମର କିଛି ଲୋକ ପୋଖରୀକୁ ଯାଇଥିଲେ । ଏହି ସମୟରେ ପୋଖରୀର ଏକ ବୁଦା ନିକଟରେ ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଅମ୍ବାଦଳା ଥାନା ଅଧିକାରୀ ଦେବଦତ୍ତ ମଲ୍ଲିକଙ୍କ ସହ ପୋଲିସର ଏକ ଟିମ୍ ଘଟଣା ସ୍ଥଳରେ ପହଞ୍ଚିଥିଲେ ।

ଘଟଣାସ୍ଥଳରେ ନିର୍ବାହୀ ମାଜିଷ୍ଟ୍ରେଟ, ମୁନିଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ବେହେରାଙ୍କ ଉପସ୍ଥିତିରେ ମୃତଦେହ ଉଦ୍ଧାର କରାଯାଇଥିଲା । ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ମୁନିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା । ତେବେ ମୃତ ମହିଳାଙ୍କ ପରିଚୟ ଏଯାଏଁ ମିଳିପାରିନାହିଁ । ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରିନି ।

Leave A Reply

Your email address will not be published.