Latest Odisha News

ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର : ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଶ୍ବବିଦ୍ୟାଳୟ ସହ ଜଡ଼ିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଓଡ଼ିଶାରେ ଗବେଷଣା ଓ ଶିକ୍ଷା ଭିତ୍ତିଭୂମିକୁ ମଜବୁତ୍ କରିବା ଓ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଉପରେ ଗୁରୁତ୍ବ ଦିଆଯାଇଛି । ସେହିପରି ଉନ୍ନତମାନର ଶିକ୍ଷାକ୍ଷେତ୍ରରେ ବିଶ୍ବବିଦ୍ୟାଳୟ ଗୁଡିକ କିପରି କାର୍ଯ୍ୟ କରିବେ ସେ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେହିପରି ବିଶ୍ବବିଦ୍ୟାଳୟର ଉନ୍ନତି ଓ ରାଷ୍ଟ୍ରୀୟ ଶିକ୍ଷାନୀତି ଜରିଆରେ ଓଡ଼ିଶାକୁ ଏକବିଂଶ ଶତାବ୍ଦୀରେ ଶିକ୍ଷା ଅର୍ଥନୀତିରେ ପରିଣତ କରିବା ପାଇଁ ଥିବା ଭାରତ ସରକାରଙ୍କ ପ୍ରୟାସ ସମ୍ପର୍କରେ ଆଲୋଚନା କରାଯାଇଛି । ଉତ୍କଳ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ, ରେଭେନ୍ସା କୁଳପତି ପ୍ରଫେସର ସଞ୍ଜୟ ନାୟକ, ଫକୀରମୋହନ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର କିଶୋର କୁମାର ବସାଙ୍କ ସହ ଶିକ୍ଷା ସମ୍ପର୍କରେ ଆଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Comments are closed.