Latest Odisha News

BREAKING NEWS

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅସୁସ୍ଥ ହୋଇ ପଡ଼ିଛନ୍ତି । ସୋମବାର ସକାଳେ ନିର୍ମଳା ସୀତାରମଣଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିବା ଜଣା ପଡ଼ିଛି ।

ଖବର ଅନୁସାରେ, ନିର୍ମଳାଙ୍କୁ ଆଜି ଦିନ ୧୨ଟାରେ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି କରାଯାଇଛି । ତେବେ ୬୩ ବର୍ଷୀୟ ନିର୍ମଳାଙ୍କୁ ସ୍ୱାସ୍ଥ୍ୟଗତ ଅସୁବିଧା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ନିର୍ଦ୍ଦିଷ୍ଟ କାରଣ ଜଣାପଡ଼ିନାହିଁ ।

Leave A Reply

Your email address will not be published.