Latest Odisha News

BREAKING NEWS

କରୋନା ସଂକ୍ରମଣ ବୃଦ୍ଧି ପରେ ଆଲର୍ଟ ମୋଡରେ କେନ୍ଦ୍ର, ସ୍ୱାସ୍ଥ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ମନସୁଖ ମାଣ୍ଡବୀୟ 

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଏହାର କିପରି ମୁକାବିଲା କରାଯାଇପାରିବ ସେନେଇ ତତ୍ପରତା ପ୍ରକାଶ କରିଛନ୍ତି କେନ୍ଦ୍ର ସରକାର । ଦେଶର କୋଭିଡ୍ ସ୍ଥିତି ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବୀୟ ଶୁକ୍ରବାର ଅପରାହ୍ନରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କରିବେ ବୋଲି ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ, ଦେଶରେ ଗୁରୁବାର ଦୈନିକ ସଂକ୍ରମଣ ୫ ହଜାର ଟପିଥିଲା, ଯାହାକି ଚିନ୍ତାଜନକ । ଏଥିସହ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୨୫,୫୮୭କୁ ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ କୋଭିଡ-୧୯ ନିୟମିତ ମାର୍ଗଦର୍ଶିକା ଜାରି କରିଛି । ଏଥିସହ ଜନସାଧାରଣ ଭୟଭୀତ ନହୋଇ ସର୍ତକ ରହିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି । ସୂଚନା ଅନୁସାରେ ଆସନ୍ତା ୧୦ ଓ ୧୧ ତାରିଖରେ କୋଭିଡ୍ ମକଡ୍ରିଲ କରାଯିବ ।

Leave A Reply

Your email address will not be published.