Latest Odisha News

BREAKING NEWS

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଦୁଇ ଅଫିସରଙ୍କୁ ଚୌକିରେ ପିଟିଲେ !

ବାରିପଦା: ମୟୁରଭଞ୍ଜ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ନାମରେ ଗୁରୁତର ଅଭିଯୋଗ । ଦୁଇ ସରକାରୀ ଅଫିସରଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି ।

ମନ୍ତ୍ରୀଙ୍କ ମାଡ଼ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷକ କେନ୍ଦ୍ରର ଦୁଇ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ବାରିପଦା ତକତପୁର ସ୍ଥିତ ଅଫିସରେ ସେମାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏଥିରେ ଦୁଇ ଅଧିକାରୀ ଅଶ୍ୱିନୀ କୁମାର ମଲ୍ଲିକ ଓ ଦେବାଶିଷ ମହାପାତ୍ର ଗୁରୁତର ହୋଇଛନ୍ତି । ଗରୁତରଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀଟୁଡ଼ୁ ଚୌକିରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି ।

Comments are closed, but trackbacks and pingbacks are open.