Latest Odisha News

BREAKING NEWS

ହାଇକୋର୍ଟରେ ଆଗୁଆ ଜାମିନ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

କଟକ: ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ଆଗୁଆ ଜାମିନ ଲୋଡ଼ି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ଏବଂ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ।

ଗତ ମାସରେ ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ବାରିପଦା ତକତପୁର ସ୍ଥିତ କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗ ଉପନିର୍ଦ୍ଦେଶକ ଅଶ୍ୱିନୀ ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ଗାଳିଗୁଳଜ କରିବା ସହ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା ।

ଆକ୍ରମଣ ନେଇ ବାରିପଦା ଟାଉନ୍ ଥାନାରେ ମାମଲା ରୁଜୁ ହୋଇଛି । ମାମଲା ରୁଜୁ କରି ପୋଲିସ ଘଟଣାର ଖୋଳତାଡ କରୁଛି । ଏଭଳି ସ୍ଥିତିରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ।

Comments are closed, but trackbacks and pingbacks are open.