Latest Odisha News

BREAKING NEWS

ନୂଆଦିଲ୍ଲୀରେ ଓଡିଶା ଦୃଷ୍ଟିହୀନ ମହିଳା କ୍ରିକେଟ୍ ଟିମକୁ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଜାତୀୟ ମହିଳା ଦୃଷ୍ଟିହୀନ ଟି-ଟ୍ୱେଂଟି କ୍ରିକେଟ୍ ପ୍ରତିଯୋଗୀତାର ଫାଇନାଲରେ ବିଜୟ ହାସଲ କରିବା ଅବସରରେ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ଦୃଷ୍ଟିହୀନ ମହିଳା କ୍ରିକେଟ୍ ଟିମକୁ ନୂଆଦିଲ୍ଲୀସ୍ଥିତ ବସଭବନରେ ସାକ୍ଷାତ୍ କରି ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏ ନେଇ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଓଡିଶା ଦୃଷ୍ଟିହୀନ ମହିଳା କ୍ରିକେଟ୍ ଟିମର ସଦସ୍ୟଙ୍କୁ ସକ୍ଷାତ୍ କରି ଆନନ୍ଦିତ । ଜାତୀୟ ମହିଳା ଦୃଷ୍ଟିହୀନ ଟି-ଟ୍ୱେଂଟି କ୍ରିକେଟ୍ ପ୍ରତିଯୋଗୀତା ଫାଇନାଲରେ ଓଡିଶା ଦଳ ଜିତିଥିବାରୁ ଅଭିନନ୍ଦନ ।

ଦୃଢ ଇଚ୍ଛାଶକ୍ତି ଓ ସାହସ ଥିଲେ ସଫଳତାର ମାର୍ଗରେ କୌଣସି ବାଧା ଉପୁଜିବ ନାହିଁ, ଏହି ଝିଅମାନେ ତାହା ପ୍ରମାଣିତ କରିଛନ୍ତି ବୋଲି ଶ୍ରୀ ପ୍ରଧାନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ।

Leave A Reply

Your email address will not be published.