Latest Odisha News

BREAKING NEWS

ବାଗ୍‌ଚି ଦମ୍ପତ୍ତିଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବାଗଚି ଦମ୍ପତ୍ତିଙ୍କର ମହତ କାମ ପାଇଁ ସେ ଉଭୟଙ୍କୁ ପ୍ରଶଂସା କରିଛନ୍ତି । ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଟର ପ୍ରତିଷ୍ଠା ପାଇଁ ୩୪୦ କୋଟି ଟଙ୍କା ନିଜସ୍ବ ପାଣ୍ଠିରୁ ଦାନ କରିବା ପାଇଁ ସୁବ୍ରତ ଓ ସୁସ୍ମିତା ବାଗଚି ଘୋଷଣା କରିଥିବାରୁ ତାଙ୍କ ସହ କଥା ହୋଇ କୃତଜ୍ଞତା ଜ୍ଞାପନ କରିବା ସହ ଧନ୍ୟବାଦ ଜଣାଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

ଧର୍ମେନ୍ଦ୍ର କହିଛନ୍ତି, ଆଜି ଏକ ଖୁସିର ଦିନ । ଆଦରଣୀୟ ସୁବ୍ରତୋ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ କୃତଜ୍ଞତା ଜ୍ଞାପନ କରିବା ସହ ଧନ୍ୟବାଦ ଦେଲି । ଏହି ଦମ୍ପତି ଓଡ଼ିଶାର ଅନନ୍ୟ ସେବା ପରମ୍ପରାରେ ଏକ ନୂଆ ଫର୍ଦ୍ଦ ଯୋଡ଼ିଛନ୍ତି ବୋଲି ଧର୍ମେନ୍ଦ୍ର ପ୍ରଧାନ ଦ୍ବିଟ୍ କରି କହିଛନ୍ତି । ବାଗ୍‌ଚି ଦମ୍ପତ୍ତିଙ୍କ ଏହି ମହତ କାମ ଓଡ଼ିଶାବାସୀଙ୍କୁ ପ୍ରେରିତ କରିବ । ତାଙ୍କ ଜୀବନ କୁସୁମିତ ହେଉ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା ।

Leave A Reply

Your email address will not be published.