Latest Odisha News

BREAKING NEWS

ଧୈର୍ଯ୍ୟ ଓ ସାହସର ସହ ବାତ୍ୟାକୁ ମୁକାବିଲା କରିବା: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଧୈର୍ଯ୍ୟ ଓ ସାହସର ସହ ବାତ୍ୟାକୁ ମୁକାବିଲା କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ଭାବ୍ୟ ବାତ୍ୟା ‘ଜୱାଦ’ ପାଇଁ ପ୍ରଶାସନ ଦ୍ବାରା ଜାରି ହୋଇଥିବା ସତର୍କ ସୂଚନାକୁ ପାଳନ କରିବା ସହ ଧୈର୍ୟ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ଟ୍ବିଟ୍ ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଭାରତ ସରକାର ସମ୍ଭାବ୍ୟ ବାତ୍ୟା ‘ଜୱାଦ’ର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ଓଡ଼ିଶା ସମେତ ପ୍ରଭାବିତ ଅଂଚଳର ନାଗରିକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରଣ କରିବା ଉପରେ ଗୁରୁତ୍ବ ଦିଆଯାଇଛି । ବାତ୍ୟାର ମୁକାବିଲା ପାଇଁ ସମସ୍ତ ମନ୍ତ୍ରଣାଳୟ ଏବଂ ସଂସ୍ଥା ଗୁଡ଼ିକ ମିଳିତ ଭାବେ କାମ କରିବା ପାଇଁ ପ୍ରସ୍ତୁତ ଅଛନ୍ତି ।

ବାତ୍ୟା ସମୟରେ ବିଦ୍ୟୁତ ଯୋଗାଣ, ଟେଲି ଯୋଗାଯୋଗ, ବିଶୁଦ୍ଧ ପାନୀୟ ଜଳ ସହ ଅତ୍ୟାବଶ୍ୟକ ସାମଗ୍ରୀ ଆଦି ବିଭିନ୍ନ ଜରୁରୀ ସେବାକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ପ୍ରାକୃତିକ ବିପତି ସମୟରେ ସମସ୍ତେ ପ୍ରଶାସନ ଦ୍ବାରା ଜାରି କରାଯାଇଥିବା ସତର୍କ ସୂଚନାକୁ ପାଳନ କରିବା ଏବଂ ଧୈର୍ୟ୍ୟ ଓ ସାହସର ସହ ବାତ୍ୟାକୁ ମୁକାବିଲା କରିବା । ‘ଜୱାଦ’ ପ୍ରଭାବରେ କାହାର କୌଣସି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି କେନ୍ଦ୍ର ମନ୍ତ୍ରୀ। .. .।

Leave A Reply

Your email address will not be published.