Latest Odisha News

BREAKING NEWS

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ; ମନ୍ତ୍ରୀ ସାମାନ୍ୟ ଆହତ

ବାଲେଶ୍ବର: କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ। ରବିବାର ଦିନ ନୀଳଗିରି ଅଞ୍ଚଳରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି। ତେବେ ଏହି ଦୁର୍ଘଟଣାରେ ମନ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ ମନ୍ତ୍ରୀ କାରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବାବେଳେ ପୋଡାସୁଲା ଛକ ନିକଟରେ କାର୍‌କୁ ଏକ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ଦେଇଥିଲ।।

ମନ୍ତ୍ରୀଙ୍କୁ ନୀଲାଗିରିର କମ୍ୟୁନିଟି ହେଲ୍ଥ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

Comments are closed.