ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଆଜି ପାଳନ ହେବ ଉଡ଼ାନ୍ ଉତ୍ସବ । ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପାଳିତ ହେବାକୁ ଥିବା ଏହି ଉତ୍ସବରେ ଯୋଗଦେବାକୁ ଗସ୍ତ କରିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ଏଠାରେ ପହଞ୍ଚିବା ପରେ ଆୟୋଜିତ ହେବାକୁ ଥିବା ହସ୍ତତନ୍ତ ବସ୍ତ୍ର ପ୍ରଦର୍ଶନୀକୁ ଉଦଘାଟନ କରିବେ ।
ଦିନ ୧ଟାରେ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମ ୪ଟା ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଝାରସୁଗୁଡ଼ାରୁ ଆଉ କିଛି ରୁଟକୁ ବିମାନ ଚଳାଚଳ କିମ୍ବା ବିମାନ ବନ୍ଦର ବିକାଶ ଦିଗରେ ଆଉ କିଛି ଘୋଷଣା କରିପାରନ୍ତି ।
ବର୍ତ୍ତମାନ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର, କୋଲକାତା, ହାଇଦ୍ରାବାଦ, ଦିଲ୍ଲୀ ଓ ଚେନ୍ନାଇକୁ ବିମାନ ସେବା ମିଳୁଛି । ଗତକାଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରଳାୟର ଯୁଗ୍ମ ସଚିବ ଉଷା ପାଢ଼ୀ ଝାରସୁଗୁଡ଼ା ବିମାନ ବନ୍ଦର ଯାଇ ସ୍ଥିତିର ଅନୁଧ୍ୟାନ କରିଥିଲେ ।
Comments are closed.