Latest Odisha News

BREAKING NEWS

ଏପ୍ରିଲ ୧୯ରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

ଭୁବନେଶ୍ୱର: ଓଡିଶା ଆସୁଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ । ଏପ୍ରିଲ ୧୯ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ।

ଗୋଲକ ମହାପାତ୍ର ଆହୁରି କହିଛନ୍ତି ଯେ, ନିକଟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଓଡିଶା ଗସ୍ତରେ ଆସି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ କରିଥିଲେ । ଓଡ଼ିଶାରେ ଏବେ ଡବଲ ଇଞ୍ଜିନ ସରକାର ରାଜ୍ୟର ବିକାଶ ପାଇଁ ଲକ୍ଷ୍ୟ ରଖିଛନ୍ତି । ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ବ ଦେଉଥିବା ସେ କହିଛନ୍ତି ।

Comments are closed.