Latest Odisha News

BREAKING NEWS

ଆଜି ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ

ଭୁବନେଶ୍ୱର: କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ଶନିବାର ଦିନ ଏକ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ।

ଗସ୍ତ ସୂଚୀ ଅନୁଯାୟୀ କେନ୍ଦ୍ରମନ୍ତ୍ରୀ ଓଡିଶା ଗସ୍ତରେ ଆସି ରାଜ୍ୟର ବିଭିନ୍ନ ରାସ୍ତା ତଥା ଜାତୀୟ ରାଜପଥ ପ୍ରକଳ୍ପର ସ୍ଥିତି ସମୀକ୍ଷା କରିବେ । ସେହିପରି ରାଜଧାନୀରେ ଏକ ଘରୋଇ ହୋଟେଲରେ ମନ୍ତ୍ରୀ ସମୀକ୍ଷା ବୈଠକରେ ଯୋଗଦେବେ । ଏହି ବୈଠକରେ କୋଷ୍ଟାଲ୍ ହାଇୱେ ପ୍ରୋଜେକ୍ଟକୁ ଅଧିକ ଗୁରୁତ୍ୱ ଦିଆଯାଇପାରେ ।

ଅପରପକ୍ଷରେ ଗଡକରୀ ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବେ । ଏନେଇ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.