Latest Odisha News

BREAKING NEWS

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ତଦନ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ ପ୍ରକ୍ରିୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଚିଠି ଲେଖିଛନ୍ତି । ଏହି ଘଟଣାରେ ଜିଆର୍‌ପି ତଦନ୍ତ ସନ୍ତୋଷଜନକ ନୁହେଁ, ତେଣୁ କମିଶନରେଟ ପୋଲିସକୁ ତଦନ୍ତ ପ୍ରକ୍ରିୟାରେ ସାମିଲ କରାଯାଉ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ।

ଯଦି ଏହା ଆତ୍ମହତ୍ୟା ନହୋଇ ହତ୍ୟା ହୋଇଥାଏ ତେବେ ଦୋଷୀଙ୍କୁ କଠୋର ଦଣ୍ଡ ମିଳୁ । ଫଳରେ ଆଇନ୍ ଉପରେ ଲୋକଙ୍କ ଆସ୍ଥା ଅତୁଟ ରହିବ ବୋଲି ସେ କହିଛନ୍ତି ।

ଅନ୍ୟପଟେ ଅଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ଏହି ଘଟଣାରେ ଲାଏ ଡିଟେକ୍ସନ ଟେଷ୍ଟ ଦାବି କରିଛନ୍ତି । ନିଜର ଓ ପପୁ, ବିକାଶ ଓ ଦୀପିରୁ ଲାଏ ଡିଟେକ୍ସନ ଟେଷ୍ଟ କରାଯାଉ । ଏହି ଟେଷ୍ଟ ହେଲେ ଅନେକ ସତ ଘଟଣା ଉପରୁ ପରଦା ଉଠିବ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.