Latest Odisha News

BREAKING NEWS

କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ଅସୁସ୍ଥତା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ । କରୋନା ପରବର୍ତ୍ତୀ ଅସୁସ୍ଥତା ଅନୁଭବ କରିବାକୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ଦିଲ୍ଲୀ ଏମ୍ସ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ଗତ ଏପ୍ରିଲ ମାସରେ ସେ କରୋନା ସଂକ୍ରମିତ ହୋଇଥିଲେ । ସେତେବେଳେ ନିଜେ ଟ୍ୱିଟ୍ କରି ସୂଚନା ଦେଇଥିଲେ ରମେଶ ପୋଖରିୟାଲ୍ । ପରେ ସୁସ୍ଥ ହୋଇଥିଲେ । ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା କେମିତି ରହିଛି ଓ କଣ ସମସ୍ୟା ରହିଛି ସେନେଇ ଏମ୍ସ କର୍ତ୍ତୃପକ୍ଷ ଅଧିକ ସୂଚନା ଦେଇ ନାହାନ୍ତି । ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିବା ସୂଚନା ମିଳିଛି ।

Leave A Reply

Your email address will not be published.