Latest Odisha News

BREAKING NEWS

ରାଜ୍ୟପାଳ ଗଣେଶୀ ଲାଲଙ୍କ ଆଶୁ ଆରୋଗ୍ୟ କାମନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ତାଙ୍କ ପରିବାର ସଦସ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା ପରେ ରାଜ୍ୟପାଳଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଶ୍ରୀ ପ୍ରଧାନ ରାଜ୍ୟପାଳ ଏବଂ ପରିବାର ବର୍ଗଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

“ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସହ କଥା ହୋଇ ତାଙ୍କର ଏବଂ ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରିବୁଝିଲି । ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦ୍ରୁତ ଆରୋଗ୍ୟ କାମନା କରୁଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦରୁ ରାଜ୍ୟପାଳ ଓ ପରିବାର ସଦସ୍ୟ ଶୀଘ୍ର ସୁସ୍ଥ ହୋଇ ଫେରିବେ” କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ ଯୋଗେ ପ୍ରକାଶ କରିଛନ୍ତି।

Comments are closed.