ପାଟଣାଗଡ଼ : ପାଟଣାଗଡ଼ରେ ଅନୁଷ୍ଠିତ ହୋଇଛି ବିଜେପିର ଜନ ଆଶୀର୍ବାଦ ଯାତ୍ରା । ଶେଷ ଦିନରେ ଏହି ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ପହଞ୍ଚିବା ପରେ ଗଙ୍ଗାସାଗର ଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ସେଠାରୁ ଏକ ବାଇକ ରାଲିରେ ମନ୍ତ୍ରୀଙ୍କୁ ପାଛୋଟି ନେଇଥିଲେ ବିଜେପି କର୍ମୀ । ଗଙ୍ଗାଧର ଜୟନ୍ତୀ ଅବସରରେ ପ୍ରଥମେ ଗଙ୍ଗାଧର ପାର୍କ ଠାରେ ଥିବା ଗଙ୍ଗାଧରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମନ୍ତ୍ରୀ । ରେଳମନ୍ତ୍ରୀଙ୍କ ସହିତ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଏବଂ ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ମାଲ୍ୟାର୍ପଣ କରିଥିଲେ । ପରେ ମା’ ଦଶମତୀଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ । ଏହାପରେ ପାଟଣାଗଡର ବିଭିନ୍ନ ସଂଗଠନ ବଲାଙ୍ଗିର ନୂଆପଡ଼ା ରେଳପଥ ଭାୟା ପାଟଣାଗଡ ଦେଇ କରିବାକୁ ଦାବି ପତ୍ର ପ୍ରଦାନ କରିଥିଲେ । ତେବେ ଏନେଇ ଖୁବଶୀଘ୍ର ଆଲୋଚନା କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ରେଳମନ୍ତ୍ରୀ । ଏହାପରେ ବଲାଙ୍ଗିର ଅଭିମୁଖେ ଗସ୍ତ କରିଥିଲେ ରେଳମନ୍ତ୍ରୀ ଅଶ୍ବନୀ ବୈଷ୍ଣବ ।
BREAKING NEWS
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ

Comments are closed.