Latest Odisha News

BREAKING NEWS

ସ୍କୁଲ ପରିସରରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର : ସ୍କୁଲ ପରିସରରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ପଞ୍ଚାୟତ ଶୁଣ୍ଢିମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ପରିସରରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ସ୍କୁଲ ଭିତରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକ ଖୋଜାଖୋଜି କରିଥିଲେ । ତେବେ ଘଟଣାସ୍ଥଳରୁ ଜଣେ ଯୁବତୀଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ ଲୋକେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଟିଟିଲାଗଡ ମେଡିକାଲକୁ ପଠାଇଛି । ଯୁବତୀଙ୍କୁ କେହି ହତ୍ୟା କରି ସ୍କୁଲ ଭିତରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ମୃତଦେହ ସ୍ଥାନରେ ରକ୍ତ ପଡ଼ିଥିବା ଦେଖିବାକୁ ମିଳିଛି । ଯୁବତୀଙ୍କର ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ଟିଟିଲାଗଡ଼ ଏସଡିପିଓ, ସିନ୍ଧେକେଲା ଥାନା ଅଧିକାରୀ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

Leave A Reply

Your email address will not be published.