ଭୁବନେଶ୍ୱର: ଜୁଲାଇ ମାସରେ କରୋନା ମହାମାରୀର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଣନୀତି ପ୍ରସ୍ତୁତ କରିଛନ୍ତି । ମୁଖ୍ୟମନ୍ତ୍ରୀ ସୋମବାର ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍.ପି ମାନଙ୍କ ସହିତ ଆଲୋଚନା କରିଛନ୍ତି। କୋଭିଡ ପରିଚାଳନାରେ ଜିଲ୍ଲାପାଳ ଓ ଏସ୍.ପି ମାନେ ସେମାନଙ୍କର ଗତ ତିନି ମାସର ଅଭିଜ୍ଞତା ବର୍ଣ୍ଣନା କରିବା ସହିତ ଜୁଲାଇ ମାସରେ କୋଭିଡ ମୁକାବିଲା ପାଇଁ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଛନ୍ତି। ସେମାନଙ୍କ ମତାମତ ଭିତ୍ତିରେ ରାଜ୍ୟ ସରକାର କୋଭିଡ ପରିଚାଳନା ପାଇଁ ବିସ୍ତୃତ ରଣନୀତି ନିର୍ଦ୍ଧାରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Comments are closed.