Latest Odisha News

BREAKING NEWS

ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବା ଆଶଙ୍କା, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ମଙ୍ଗଳବାର ଦିନ ଓଡ଼ିିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସାମାନ୍ୟରୁ ମଧ୍ୟମ ଧରଣର ଏବଂ ଅଳ୍ପକିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛନ୍ତି ।

ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ର ଭାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ କ୍ରମେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ଏହାଫଳରେ ଉପକୂଳବର୍ତ୍ତୀ ଓଡ଼ିଶା ଏବଂ ଉତ୍ତର ଉଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ଼ଃ ଶରତ ଚନ୍ଦ୍ର ସାହୁଙ୍କ କହିବାନୁଯାୟୀ, ଏହି ଘୂର୍ଣ୍ଣିବଳୟ କ୍ରମେ ଲଘୁଚାପରେ ରୂପାନ୍ତରିତ ହେଉଥିବା ଯୋଗୁଁ ମଙ୍ଗଳବାର ଦିନ ରାଜ୍ୟର ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ. କେନ୍ଦୁଝର ଏବଂ ଢେଙ୍କାନାଳ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ଏହାଛଡ଼ା ପୁରୀ, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାରେ ମଧ୍ୟ ପବନ ସହିତ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇ ୪ ତାରଖରେ ତାପମାତ୍ରା ଧିରେ ଧିରେ ବୃଦ୍ଧି ପାଇବ ବୋଲି ସୂଚନା ପ୍ରଦାନ କରିଛନ୍ତି ପାଣିପାଗ ବିଭାଗ ।

Leave A Reply

Your email address will not be published.