ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୫୦,୦୦୦ରୁ ଅଧିକ ଟପିଲାଣି ।
ଏହାବ୍ୟତିତ ୮ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ରିପୋର୍ଟ ଅନୁଯାୟୀ କରୋନାଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୩,୧୭୬ ଜଣଙ୍କର ମୃତ୍ୟୁ ହୋଇଛି ।
United States records 3,176 #Coronavirus deaths in 24 hours; total fatalities near 50,000: AFP news agency quoting Johns Hopkins tally
— ANI (@ANI) April 24, 2020
ଏନେଇ ଟ୍ୱିଟ୍ କରିଛି ଏକ ନ୍ୟୁଜ ସରାବରାହ ଏଜେନ୍ସି ।
ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୦୬ଟି ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।