Latest Odisha News

BREAKING NEWS

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ସିବିଆଇ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ସିବିଆଇ ତଦନ୍ତ କରାଇବାକୁ ଆଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏମମାଲରେ ଏପର୍ଯ୍ୟନ୍ତ ସଂଗୃହୀତ ସମସ୍ତ ପ୍ରମାଣ , ସମସ୍ତ କାଗଜପତ୍ର ସିବିଆଇକୁ ଦେବାକୁ ମୁମ୍ବାଇ ପୋଲିସକୁ ନିର୍ଦ୍ଦେଶ ହୋଇଛି । ସୁଶାନ୍ତଙ୍କ ମୃତ୍ୟୁ ମାମଲାର ତଦନ୍ତରେ ମହାରାଷ୍ଟ୍ର ସରକାରଙ୍କୁ ମଧ୍ୟ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲରେ ଏହା ହେଉଛି ସୁପ୍ରିମ୍‌ କୋର୍ଟଙ୍କ ଚତୁର୍ଥ ଶୁଣାଣି। ଏହି ମାମଲାର ରାୟ ଘୋଷଣା କରିଛନ୍ତି ବିଚାରପତି ହୃଷିକେଶ ରାୟ।

ଜୁଲାଇ ୨୫ ତାରିଖରେ ସୁଶାନ୍ତ ସିଂ ରାଜପୁତଙ୍କ ବାପା ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ପରିବାର ସାମୁଏଲ୍‌ ମହିନ୍ଦ୍ରା ଓ ଶ୍ରୁତି ମ‌ୋଦୀଙ୍କ ବିରୋଧରେ ପାଟନାର ରାଜୀବ ନଗର ଥାନାରେ ଅଭିଯୋଗ ଦାଖଲ କରିଥିଲେ। ସେହି ଅଭିଯୋଗ ଆଧାରରେ ପାଟନା ପୁଲିସ ଏଫ୍‌ଆଇଆର୍‌ ରେଜିଷ୍ଟ୍ରି କରି ତଦନ୍ତ ଆରମ୍ଭ କରିଥିଲା।

ଅନ୍ୟପଟେ ପାଟନାରୁ ମୁମ୍ବାଇକୁ ଏହି ମାମଲା ସ୍ଥାନାନ୍ତର ପାଇଁ ଆବେଦନ କରିଥିଲେ ରିୟା ।ରିୟାଙ୍କ ଏହି ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହାସହ ବିହାର ସରକାର କରିଥିବା ଆବେଦନ ସଠିକ୍ ଓ ବିହାର ସରକାରଙ୍କ ତଦନ୍ତ ଅଧିକାର ରହିଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

Leave A Reply

Your email address will not be published.