ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସମ୍ମାନିତ ଅତିଥିଭାବେ ଉପଜିଲ୍ଲାପାଳ ଭବତାରଣ ସାହୁ ଯୋଗଦେଇ ସିଂହଦ୍ୱାରସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗୋପବନ୍ଧୁଙ୍କ ସ୍ମୃତିଚାରଣ କରିଥିଲେ।
ଉତ୍କଳମଣି ଗୋପବନ୍ଧୁ ସ୍ମୃତି ସଂସଦର ଶରତ ଜୟସିଂ, ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ, ସୌମେନ୍ଦ୍ର ଦାସ, ଗୋବିନ୍ଦ ଚନ୍ଦ୍ର ମହାନ୍ତି, ଉମାବଲ୍ଲଭ ମହାପାତ୍ର, ଶିବ ପ୍ରସାଦ ମିଶ୍ର ପ୍ରମୁଖ ଯୋଗଦେଇଥିଲେ। କରୋନା ଯୋଦ୍ଧା ସାମ୍ବାଦିକ ସ୍ୱର୍ଗତ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଧର୍ମପତ୍ନୀ ପ୍ରିୟବାସିନୀ କରଙ୍କୁ ରାଜ୍ୟ ସରକାରଙ୍କ ସହାୟତାମୂଳକ୧୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା।
ଅତିରିକ୍ତ ଜିଲ୍ଲାପାଳ ସୁଭାଷ ଚନ୍ଦ୍ର ନାଥଶର୍ମା ସାକ୍ଷୀଗୋପାଳ ବସଷ୍ଟାଣ୍ଡସ୍ଥିତ ପଞ୍ଚସଖା ପୀଠ, ବକୁଳବନ, ସମାଧିପୀଠ, ସତ୍ୟବାଦୀ ହାଇସ୍କୁଲ ଓ ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଷଠିଘର ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ନାଥଶର୍ମା ଗୋପବନ୍ଧୁଙ୍କ ଐତିହ୍ୟ ଗ୍ରାମ ନିର୍ମାଣ କାର୍ଯ୍ୟ ବୁଲି ଦେଖି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ସତ୍ୟବାଦୀ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା, ଗୋପବନ୍ଧୁଙ୍କ ଅଣନାତି ଧିରେନ୍ଦ୍ର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।
Comments are closed.