Latest Odisha News

ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକାକରଣ

ଭୁବନେଶ୍ୱର:  ଆଜିଠୁ ୧୨ରୁ ୧୪ ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା । ଯେଉଁ ପିଲାମାନେ ୨୦୧୦ ମାର୍ଚ୍ଚ ୧୫ ପୂର୍ବରୁ ଜନ୍ମ ହୋଇଥିବେ ସେମାନଙ୍କୁ ହିଁ ଟିକା ଦିଆଯିବ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି।

ତେବେ ଟିକା ନେବା ଲାଗି ଜନ୍ମ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ । ୧୨ରୁ ୧୪ ବର୍ଷର ପିଲାମାନଙ୍କୁ କେବଳ କୋର୍ବେଭାକ୍ସ ଟିକା ଦିଆଯିବ । ୨୮ ଦିନ ବ୍ୟବଧାନରେ ଦୁଇଟି ଡୋଜ ଦିଆଯିବ । ପୂର୍ବରୁ ଯେଉଁ ନିୟମାବଳୀ ଆଧାରରେ ଟିକାକରଣ ହେଉଥିଲା, ଏ ବର୍ଗଙ୍କ ଲାଗି ମଧ୍ୟ ସମାନ ନିୟମ ରହିବ ।

ଉଭୟ ଅନଲାଇନ ଓ ଅଫଲାଇନ ପଞ୍ଜିକରଣ ଜରିଆରେ ଟିକା ଦିଆଯିବ । ସ୍କୁଲଗୁଡ଼ିକରେ ଟିକାକରଣକୁ ତ୍ୱରାନ୍ୱିତ କରାଯିବ । ଟିକାକରଣରେ ଶିକ୍ଷକମାନେ ସହଯୋଗ କରିବେ ।

ସେହିପରି ସ୍କୁଲ ଟାଇମିଂ ଅନୁସାରେ ଟିକାକରଣ କରିବାକୁ CDMO ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶିକ୍ଷା ବିଭାଗ, SC-ST ବିଭାଗ ସହ ସମନ୍ୱୟ ରଖି କରାଯିବ ଟିକାକରଣ । ଏବେ ରାଜ୍ୟରେ ୧୫ ଲକ୍ଷ ୪୭ ହଜାର କୋର୍ବେଭାକ୍ସ ଟିକା ମହଜୁଦ ଅଛି । ସବୁ ଜିଲ୍ଲାକୁ ଏହି ଟିକା ପଠାଯାଇଛି ।

କିଛି ଉପାନ୍ତ ଜିଲ୍ଲାକୁ ଛାଡିଦେଲେ ଅନ୍ୟ ସବୁ ଜିଲ୍ଲାକୁ ଆଜି ରାତି ସୁଦ୍ଧା ଟିକା ପହଞ୍ଚଯିବ । ଟିକା ନେବାକୁ ରାଜ୍ୟରେ ୧୨ରୁ ୧୪ ବୟସ ବର୍ଗର ୧୫ ଲକ୍ଷ ୨୧ ହଜାର ପିଲା ରହିଛନ୍ତି । ଏମାନଙ୍କ ଟିକାକରଣ ଲାଗି ୩ ହଜାର ଟିକାଦାତା ଓ ୩ ହଜାର ଭେରିଫାୟାର ନିୟୋଜିତ ହେବେ ।

Comments are closed, but trackbacks and pingbacks are open.