ଅନୁଗୁଳ: ଅନୁଗୁଳରେ ଟ୍ରକକୁ ପଛ ପଟରୁ ପିଟିଲା ଭ୍ୟାନ୍। ଏହି ସଡକ ଦୁର୍ଘଟଣାରେ ୧୩ ଯବାନ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଅନୁଗୁଳର ଏନଏଚ୍ ୫୫ ଜରପଡ଼ା ନିକଟରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଝାରସୁଗୁଡ଼ାରୁ ଭୁବନେଶ୍ବର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଓଏସଏପି ସେକେଣ୍ଡ ବାଟାଲିଅନ ଯବାନଙ୍କୁ ନେଇ ଯାଉଥିଲା ଏହି ଭ୍ୟାନ୍।
ତେବେ ଆହତ ୧୩ ଜଣଙ୍କ ମଧ୍ୟରୁ ୭ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
Comments are closed.