Latest Odisha News

BREAKING NEWS

ଆଜି ୪ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା; ୨୪ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ବର:ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ ଆସନ୍ତା ୨୪ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ । ତେବେ ଆଜି ୪ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି , ତେଣୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର ।

ସେହିପରି ବରଗଡ଼,ସୋନପୁର, ଦେଓଗଡ, ଅନୁଗୁଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କାରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଅନ୍ୟପଟେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଥିବା ଏକ ସ୍ପଷ୍ଟ ଭାବରେ ଚିହ୍ନିତ ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ବ୍ୟାପି ରହିଛି। ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ମଧ୍ୟ ଜାରି ରହିଛି।

 

Comments are closed.