Latest Odisha News

ଆସନ୍ତା ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଜୁଲାଇ ୧୪ ଓ ୧୫ରେ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଆଇଏମଡି।

ପାଣିପାଗ ବିଭାଗ ଅନୁଯାୟୀ, ଜୁଲାଇ ୧୩ରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ବରଗଡ, ବାଲେଶ୍ୱର ଏବଂ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇପାରେ।

ଭୁବନେଶ୍ୱରରେ ଆକାଶ ଆଂଶିକ ମେଘୁଆ ସହିତ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ସମ୍ଭାବନା ରହିଛି। ପୁରୀରେ ମେଘୁଆ ଆକାଶ ସହ ହାଲୁକା ବର୍ଷା ମଧ୍ୟ ହୋଇପାରେ। ତେବେ ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ବର୍ଷାର ପରିମାଣ ବଢିପାରେ।

ଜୁଲାଇ ୧୪ରେ ରାୟଗଡା, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରି, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଦେବଗଡ, ସମ୍ବଲପୁର, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ଜୁଲାଇ ୧୫ରେ ଗଞ୍ଜାମ, ଗଜପତି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କେନ୍ଦ୍ରାପଡା ଏବଂ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁଲାଇ ୧୬ରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ବିଭାଗ।

Comments are closed.