ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତକାଲି ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ବରରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଥିଲା । ଦୀର୍ଘ ଦୁଇ ଘଣ୍ଟା ଧରି ବର୍ଷା ଲାଗି ରହିଥିଲା । ଭୁବନେଶ୍ବରରେ ସର୍ବାଧିକ ୧୨୬ ମିଲିମିଟିର ବର୍ଷା ରେକର୍ଡ ହୋଇଥିଲା । ସମ୍ଭାବ୍ୟ ଲଘୁଚାପ ବର୍ଷା ରାଜ୍ୟରେ ନିଅଣ୍ଟିଆ ସ୍ଥିତିକୁ ଭରଣ କରିବ ବୋଲି ଆଶା କରାଯାଉଛି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.