ଭୁବନେଶ୍ୱର: ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ । ସେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ । ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀକ୍ଷାନ୍ତ ଭାଷଣ ଦେବେ ଉପରାଷ୍ଟ୍ରପତି । ସକାଳ ସାଢ଼େ ୧୦ଟାରେ ଆରମ୍ଭ ହେବ ସମାବର୍ତ୍ତନ ଉତ୍ସବ । ଏକ ଘଣ୍ଟା ଧରି ଚାଲିବ ଉତ୍ସବ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୫ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯିବ । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ସିଏଜି ଗିରୀଶ ମୁର୍ମୁ, ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା, ବାର୍କର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯିବ ।

ସେହିପରି ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ୪୧ ଜଣଙ୍କୁ ପିଏଚଡି ଡିଗ୍ରୀ ଓ ୯୦ ଜଣଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯିବ । ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରମୁଖ ଉପସ୍ଥିତ ରହିବେ । ଉତ୍ସବରେ ଭାଗ ନେବାକୁ ଥିବା ସମସ୍ତଙ୍କର କୋଭିଡ୍ ଟେଷ୍ଟ କରାଯାଇଛି ।

ଡିଗ୍ରୀ ହାସଲ କରିବାକୁ ଥିବା ଛାତ୍ରଛାତ୍ରୀ ସମେତ ବିଶ୍ୱବିଦ୍ୟାଳୟ ଏକାଡେମିକ୍ କାଉନସିଲ୍ ଓ ସିନେଟ୍ ସଦସ୍ୟ କେବଳ ସାମିଲ ହେବେ । ପ୍ରତି ସିଟ୍ ମଧ୍ୟରେ ୬ ଫୁଟ୍ ଦୂରତା ରହିବ । ବର୍ତ୍ତମାନର ଛାତ୍ରଛାତ୍ରୀ, ଅଧ୍ୟାପକ ଓ କର୍ମଚାରୀଙ୍କୁ ଉତ୍ସବ ସ୍ଥଳରେ ବସିବାକୁ ଅନୁମତି ମିଳିବ ନାହିଁ । ସେମାନଙ୍କ ପାଇଁ ଇ-ପାଠାଗାରରେ କାର୍ୟ୍ୟକ୍ରମର ସିଧାପ୍ରସାରଣ ବ୍ୟବସ୍ଥା କରାଯାଇଛି ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.