Latest Odisha News

BREAKING NEWS

ଲାଞ୍ଚ ନେଉଥିବା ବେଳେ ସୁପରଭାଇଜରଙ୍କୁ ମାଡିବସିଲା ଭିଜିଲାନ୍ସ

କଳାହାଣ୍ଡି: ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର । ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ତିନି ଜଣ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ ସୁପରଭାଇଜର ଲକ୍ଷ୍ମୀ ମହାରଣା ।

ଖବର ମୁତାବକ, କଳାହାଣ୍ଡି ଜିଲ୍ଲା ତଲଝାପି ପଞ୍ଚାୟତର ନିକେସଜୋର ଗ୍ରାମର ଅର୍ଜୁନ ନାଏକ, ବବଲୁ ନାଏକ ଓ ଘସିରାମ ନାଏକଙ୍କ ଠାରୁ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଲାଞ୍ଚ ମାଗିଥିଲେ । ଏନେଇ ସମସ୍ତେ କଳାହାଣ୍ଡି ଭିଜିଲାନ୍ସ ବିଭାଗକୁ ଅଭିଯୋଗ କରିଥିଲେ ।

ପୂର୍ବ ଯୋଜନା ମୁତାବକ, ଆଜି ସନ୍ଧ୍ୟାରେ ଉକ୍ତ ୩ ଜଣ ୪ ହଜାର ରଙ୍ଗବୋଳା ଟଙ୍କା ଲକ୍ଷ୍ମୀ ମହାରଣାଙ୍କୁ ଦେବା ପରେ ଆଗରୁ ଛପି ରହିଥିବା ଭିଜିଲାନ୍ସ ଲକ୍ଷ୍ମୀ ମହାରଣାଙ୍କୁ ଟଙ୍କା ସହ କାବୁ କରିଥିଲେ । ପୁର୍ବରୁ ପ୍ରତ୍ୟେକ ଆବେଦନକାରୀଙ୍କ ଠାରୁ ୨ହଜାର ଲେଖାଏଁ ଆଦାୟ କରି ପ୍ରମାଣପତ୍ର ଦେଉଥିଲେ, ଯିଏ ଲାଞ୍ଚ ନ ଦେଲା ତାଙ୍କୁ ଲାଞ୍ଚୁଆ ସୁପର ଭାଇଜର ଲକ୍ଷ୍ମୀ ମହାରଣା ମାସ ମାସ ହଇରାଣ ହରକତ କରୁଥିବା ନେଇ ଅଭିଯୋଗ ମଧ୍ୟ ହୋଇଥିଲା ।

ଆଜିର ଚଢ଼ାଉରେ ଭିଜିଲାନ୍ସ ବିଭାଗ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ ଡିଏସପି ପ୍ରଦୀପ ଆଇଣ୍ଡ, ଇନ୍ସପେକ୍ଟର ପ୍ରମିଳା ସୁନା, ଏଏସଆଇ ସଞ୍ଜୟ କୁମାର ସାହୁ, ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ସାମିଲ ଥିଲେ ।

Comments are closed.