Latest Odisha News

BREAKING NEWS

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଏନ୍ଏଚ୍ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଝାରସୁଗୁଡ଼ା ଏନ୍ଏଚ୍ ଡିଭିଜନରେ କାର୍ଯ୍ୟରତ ଜଣେ ମହିଳା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଂଯୁକ୍ତା ସିଂହଙ୍କୁ ଧରିବାରେ ସଫଳ ହୋଇଛି ଭିଜିଲାନ୍ସ ।

ଅଭିଯୋଗ ଅନୁସାରେ, ଅନ୍ତିମ୍ ବିଲ୍ କରାଇ ଦେବା ଲାଗି ଯନ୍ତ୍ରୀ ମାଡାମ୍ ଜଣେ ଠିକାଦାରଙ୍କୁ ୨୭ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ଠିକାଦାର ଭିଜିଲାନ୍ସରେ ଅଭିଯୋଗ କରିଥିବା ବେଳେ ଯନ୍ତ୍ରୀ ମାଡାମଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି ।

ଆୟ ବହିର୍ଭୂତ ସମ୍ପତ୍ତିର ଖୋଳତାଡ଼ ପାଇଁ ଭିଜିଲାନ୍ସ ପକ୍ଷରୁ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ଏନେଇ ରାଉରକେଲା ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଥିବା ବେଳେ ତଦନ୍ତ ଜାରି ରହିଥିବା ସୂଚନା ଦେଇଛନ୍ତି କର୍ତ୍ତୃପକ୍ଷ ।

Leave A Reply

Your email address will not be published.