Latest Odisha News

ବନ୍ଧାହେଲେ ଆସିଷ୍ଟାଣ୍ଟ କମିଶନର ବାବୁ: ସରକାରୀ ଟିକସରେ କରିଥିଲେ ଘୋଟାଲା

ଯାଜପୁର: ବନ୍ଧାହେଲେ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ । ଯାଜପୁର ସିଟି ଏବଂ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ । ଏହାସହିତ ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ ।

ତେବେ ସରକାରୀ ଟିକସ ହେରଫେର ଅଭିଯୋଗରେ ଶନିବାର ବିନୟଙ୍କ ଘରେ ଚଢାଉ କରିଥିଲା ଭିଜିଲାନ୍ସ । ଜଣେ ଡିଲର୍‌ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ମଧ୍ୟ ଅଭିଯୋଗ ହୋଇଥିଲା । ପ୍ରାୟ ୫.୮୫ ଲକ୍ଷ ରାଜସ୍ବ ହେରଫେର କରିଥିବା ଜଣାପଡ଼ିବାରୁ ଭିଜିଲାନ୍ସ ଏକ ଟିମ୍ ବିନୟଙ୍କ ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି କରିଥିଲା।

ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢାଉ କରିବା ବେଳେ  ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଥିଲା ।

Comments are closed.