Latest Odisha News

BREAKING NEWS

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ; ସରକାରୀ କର୍ମଚାରୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ କରିବା ଦିଗରେ ସରକାର ତତ୍ପରତା ଦେଖାଇଛନ୍ତି। ଦୁର୍ନୀତି ବିରୋଧରେ ଲଢିବା ପାଇଁ ଓଡ଼ିଶାବାସୀଙ୍କୁ ଆହ୍ୱାନ ଦେବା ସହ ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି। ତେଣୁ ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ ପାଇଁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ଆରମ୍ଭ ହୋଇଛି। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଅକ୍ଟୋବର ୩୦ ତାରିଖରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଏହା ପାଳନ କରାଯିବ।

BjdElectrycity

ଆଜି ଲୋକସେବା ଭବନରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଇଁ ରାଜ୍ୟସ୍ତରୀୟ ସମାରୋହ ହୋଇଛି। ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଉଦବୋଧନରେ କହିଛନ୍ତି, କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବିଦା କରିଛନ୍ତି। ଦୁର୍ନୀତି ପାଇଁ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି। ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ରାଉରକେଲା ଓ ବାଲେଶ୍ୱରର ଭିଜିଲାନ୍ସ ଅଫିସ୍‌‌ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ଭିଜିଲାନ୍ସର ଅନେକ ଅଧିକାରୀ ସହ ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିଥିଲେ। କଟକ ଭିଜିଲାନ୍ସ ଡିଭିଜନକୁ ଶ୍ରେଷ୍ଠ ଡିଭିଜନ ଭାବେ ସମ୍ମାନିତ କରାଯାଇଛି। ଅନ୍ୟପଟେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତରେ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରାଯାଇଛି। ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ପାଠ କରାଇଛନ୍ତି।

Leave A Reply

Your email address will not be published.