ସମ୍ବଲପୁର:ସମ୍ବଲପୁର ସେଟେଲମେଣ୍ଟ (ବନ୍ଦୋବସ୍ତ) ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ । ଏନେଇ ବାସୁଦେବଙ୍କ ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଛନ୍ତି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ । ବରଗଡ଼ ସ୍ଥିତ ବାସଭବନ, ଚାରଭାଟି ସ୍ଥିତ ଘର, ବରଗଡ଼ ସ୍ଥିତ ପୈତୃକ ବାସଭବନ ଓ ସମ୍ବଲପୁର କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି ।
ଖବରମୁତାବକ, ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର ୨ ଜଣ DSP, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବରଗଡ଼ ଏବଂ ସମ୍ବଲପୁର ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଘର ତଲାସୀ କରାଯାଉଛି।