Latest Odisha News

BREAKING NEWS

ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର: ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦିଆଯାଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବି ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତିଷ

ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା । ଏହି ମହାବିଦ୍ୟାଳୟରେ ଏବେ ୧୬ଟି ସ୍ନାତକୋତ୍ତର, ୧୭ଟି ସ୍ନାତକ ପାଠ୍ୟକ୍ରମ ସହ BBA, BCA, ଓ B.ED ପାଠ୍ୟକ୍ରମ ରହିଛି ।

ଏବେ ୪ ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି । ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହଜାର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ । ଦକ୍ଷିଣ ଓଡ଼ିଶାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ୍ହେ ବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.