Latest Odisha News

BREAKING NEWS

ବିଷଧର ସାପ ଦଂଶନରେ ସାପ ଧରାଳି ମୃତ

ସୁବର୍ଣ୍ଣପୁର: ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ପରିସରରେ ଏଭଳି ଅଘଟଣ ଘଟିଛି ।

ସୁଚନା ଅନୁସାରେ, ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିବା ବେଳେ ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ସେ ଖବର ଦେଇଥିଲେ । ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଡବାରେ ଧରି କୌଣସି କାମରେ ଥାନାକୁ ଆସିଥିଲେ ।

ତେବେ ଥାନାରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସାମ୍ନା ରେ ସାପକୁ ଡବାରୁ ବାହାର କରି ଦେଖାଇଥିଲେ । ଦେଖି ସାରି ସାପକୁ ପୁଣି ଡବା ଭିତରେ ଭରିବା ସମୟରେ ଗୌର ଙ୍କ ହାତରେ ଚୋଟ ମାରିଥିଲା ବିଷଧର ନାଗସାପ ।

ତୁରନ୍ତ ଗୌରଙ୍କୁ ପୋଲିସ ଭ୍ୟାନରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Comments are closed.