Latest Odisha News

BREAKING NEWS

ଭିନେଶ ଫୋଗଟ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ପ୍ୟାରିସ: ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହେଲେ ଭିନେଶ ଫୋଗଟ। ଆଜି ଅଲିମ୍ପିକ୍ସରେ ୫୦ କିଲୋଗ୍ରାମ ଫ୍ରିଷ୍ଟାଇଲ ରେସଲିଂ ଫାଇନାଲରେ ଭାଗ ନେବାକୁ ଅଯୋଗ୍ୟ ଘୋଷିତ ହେବା ପରେ ସେ ଅସୁସ୍ଥ ହୋଇପଡିଛନ୍ତି।

ସୂଚନା ଅନୁଯାୟୀ, ଡିହାଇଡ୍ରେସନ ଯୋଗୁ ଭିନେଶ ଫୋଗଟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଅଧିକ ପଢନ୍ତୁ- ଅଯୋଗ୍ୟ ଘୋଷିତ ହେଲେ ଭିନେଶ ଫୋଗଟ, ପଦକ ହାସଲ ଆଶା ବି ଗଲା

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ୩ଟି ମୁକାବିଲା ଜିତି ଭିନେଶ ଫାଇନାଲରେ ପ୍ରବେଶ କରି ଭାରତୀୟ କ୍ରୀଡାପ୍ରେମୀଙ୍କ ମନରେ ସ୍ୱର୍ଣ୍ଣ ଆଶା ସଂଚାର କରିଥିଲେ । ସେମିଫାଇନାଲରେ ସେ କ୍ୟୁବାର ଗୁଜମାନ ଲୋପେଜିଙ୍କୁ ୫-୦ରେ ପରାସ୍ତ କରିଥିଲେ।

ଏହା ପୂର୍ବରୁ ଅପରାଜେୟ ବିବେଚନା କରାଯାଉଥିବା ଅଲିମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ଜାପାନର ୟୁଇ ସୁସାକୀଙ୍କୁ ପରାସ୍ତ କରିଥିଲେ। କିନ୍ତୁ ଦୁର୍ଭାଗ୍ୟବଶତଃ ଅଯୋଗ୍ୟ ଘୋଷିତ ହେଲା ପରେ ପ୍ୟାରିସ୍ ଅଲିମ୍ପିକ୍ସ ରେ ଭିନେଶ ଆଉ କୌଣସି ପଦକ ଜିତିବେ ନାହିଁ।

Comments are closed.