ଖୋର୍ଦ୍ଧା: ନୟାଗଡ଼ ଜିଲା ଟାଙ୍ଗୀ ବନାଞ୍ଚଳ ରେଞ୍ଜରେ ଜଣେ ଯୁବକଙ୍କୁ ଘରୁ ଟାଣି ନେଇ କଚାଡ଼ି ମାରିଲା ହାତୀ । ମୃତ ଯୁବକଜଣକ ହେଲେ ଟାଙ୍ଗୀ ବନାଞ୍ଚଳ ରେଞ୍ଜ ଅଧୀନ ରଣ୍ଡା ଗ୍ରାମର ଦିଲ୍ଲୀପ ଜେନା । ଟାଙ୍ଗୀ ବନାଞ୍ଚଳ ରେଞ୍ଜରେ ହାତୀ ଉତ୍ପାତ କରୁଥିବାରୁ ଲୋକେ ଘରେ ତାଟି କବାଟ ପକାଇ ରହିଛନ୍ତି । ଆଜି ଭୋରରୁ ଏକ ହାତୀ ଦିଲୀପଙ୍କ ଚାଳ ଘର ଭାଙ୍ଗି ଦେଇଥିଲା । ଏହା ଦେଖି ଦିଲୀପ ହଠାତ୍ ଘରୁ ବାହାରି ଆସିବାରୁ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ । ହାତୀଟି ତାଙ୍କୁ ଶୁଣ୍ଢରେ ଘରୁ ଟାଣି ଆଣି କଚାଡ଼ି ମାରିଦେଇଥିଲା । ସ୍ଥାନୀୟ ଲୋକେ ମୃତଦେହ ଦେଖି ଟାଙ୍ଗୀ ବନାଞ୍ଚଳ ଅଧିକାରୀଙ୍କୁ ଖବର ଦେଇଥିଲେ । ସଙ୍ଗେ ସଙ୍ଗେ ବନ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ôଚ ମୃତଦେହ ଜବତ କରିବା ସହ ହାତୀର ଗତିବିଧି ଉପରେ ନଜର ରଖିଥିଲେ ।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.