ଭୁବନେଶ୍ୱର:ସକାଳୁ ସକାଳୁ ଶୀତ କରୁଛି ଅସ୍ତବ୍ୟସ୍ତ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସମାନ ସ୍ଥିତି ରହିବ। ୪ ଦିନ କଲବଲ କରିବ ଘନ କୁହୁଡି। ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା। ସୃଷ୍ଟି ହୋଇପାରେ ଜିରୋ ଭିଜିବିଲିଟି ପରିସ୍ଥିତି। ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ ଦିଆଯାଇଛି। ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡି ନେଇ ୭ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।
ଅନ୍ୟପଟେ କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକରେ ହାଡ଼ ଭଙ୍ଗା ଶୀତର ଲହରି ସହ ତୁଷାରପାତ ହୋଇଛି। ୫ ଡଗ୍ରୀ ତଳକୁ ଖସିଛି ପାରଦ। ବ୍ଲକର ବିଭିନ୍ନ ସ୍ଥାନରେ ତୁଷାର ପାତ ହୋଇଛି। ହାଡଭଙ୍ଗା ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଦିନ ଦଶଟା ପର୍ଯ୍ୟନ୍ତ ସାରା ଅଞ୍ଚଳକୁ କୁହୁଡିରେ ଢାଙ୍କି ରହୁଛି। କୁହୁଡି ସକାଶେ ରାସ୍ତାର ୧୦ ମିଟର ଦୂରତା ପରେ କିଛିବି ଦେଖାଯାଉନି ।
ଆସନ୍ତା ଦୁଇ ଦିନ ରାଜ୍ୟରେ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ସୋମବାର ଖୋର୍ଦ୍ଧା, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କୋରାପୁଟ ଓ କଟକରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ। ସେହିପରି ମଙ୍ଗଳବାର ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Comments are closed.