Latest Odisha News

BREAKING NEWS

ଗତ ୧୦ ବର୍ଷ ହେବ ଚିଲିକା ନିର୍ବାଚନ ମଣ୍ଡଳୀରେ ଯେତିକି ଉନ୍ନତି ହେବା କଥା ହୋଇନାହିଁ: ପାଣ୍ଡିଆନ

ବାଣପୁର: ସାଧାରଣ ନିର୍ବାଚନ ପାଇଁ ଚାରିଆଡ଼େ ନିର୍ବାଚନୀ ଉଷ୍ମତା ଲାଗିରହିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର ପ୍ରଚାରକୁ ଜୋରଦାର କରୁଛନ୍ତି। ଏହାରିଭିତରେ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ସେଠାରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗ ଦେଇ ଯୋଡି ଶଙ୍ଖରେ ଭୋଟ ଦେବା ପାଇଁ ଜନତାଙ୍କୁ ଅପିଲ କରିଛନ୍ତି ପାଣ୍ଡିଆନ ।

ଗତ ୧୦ ବର୍ଷ ହେବ ଚିଲିକା ନିର୍ବାଚନ ମଣ୍ଡଳୀରେ ଯେତିକି ଉନ୍ନତି ହେବା କଥା ହୋଇନାହିଁ । ଆପଣମାନେ ଏହି ଦୁଇ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ଡବଲ କାମ ଏଠାରେ ହେବ । ଆପଣ ପଞ୍ଚାୟତ ଓ ଅର୍ବାନ ନିର୍ବାଚନରେ ଯେଉଁଭଳି ଭାବରେ ଆଶୀର୍ବାଦ ଦେଇଛନ୍ତି, ଏଥର ମଧ୍ୟ ତା’ଠୁ ଅଧିକ ସଂଖ୍ୟାରେ ଆଶୀର୍ବାଦ କରିବେ ବୋଲି ମୋର ବିଶ୍ୱାସ ଅଛି ବୋଲି ଚିଲିକା ନିର୍ବାଚନ ମଣ୍ଡଳୀରେ ନିର୍ବାଚନୀ ପ୍ରଚାର କରି ଲହିଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ମାଁ ଭଗବତୀଙ୍କ ପୀଠର ଉନ୍ନତିକରଣ ପାଇଁ ୩୩ କୋଟି, ବାଣପୁରର ଡ୍ରେନେଜ୍‍ ସିଷ୍ଟମରେ ଉନ୍ନତି ପାଇଁ ୧୫ କୋଟି ଟଙ୍କା ଯୋଗାଇ ଦିଆଯାଇଛି । ୨୨୦ କୋଟି ଟଙ୍କାର ପିଇବା ପାଣି ପ୍ରକଳ୍ପ ଜରିଆରେ ଘରେ ଘରେ ପିଇବା ପାଣି ପହଞ୍ଚିବ । ମତ୍ସ୍ୟଜୀବୀଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜର ବ୍ୟବସ୍ଥା ହେବ । ଚିଲିକା ନିର୍ବାଚନ ମଣ୍ଡଳୀର ଯାହା ବି ଅସୁବିଧା ଅଛି ଦୂର ହେବ ବୋଲି ପ୍ରତିଶୃତି ଦେଇଛନ୍ତି ପାଣ୍ଡିଆନ ।

Leave A Reply

Your email address will not be published.