Latest Odisha News

BREAKING NEWS

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ କାମ ଶୀଘ୍ର ସାରିବାକୁ ତତ୍ପର ସରକାର; ବଡି ଭୋରରୁ ପୁରୀରେ ପହଞ୍ଚିଲେ ପାଣ୍ଡିଆନ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ କାମ ଶୀଘ୍ର ସାରିବାକୁ ତତ୍ପର ହୋଇ ପଡିଛନ୍ତି ସରକାର । ତେଣୁ ଆଜି ଭୋରରୁ ପହଞ୍ଚିଛନ୍ତି ପୁରୀରେ । ପ୍ରକଳ୍ପ କାମ ସମୀକ୍ଷା କରିଥିଲେ । କାମ ତୁରନ୍ତ ସାରିବା ପାଇଁ  କହିଥିଲେ । ଦରକାର ପଡିଲେ ଅଧିକ ଲୋକ ଲଗାଇ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ।

ଆଜି ଭୋର ସାଢେ ଚାରିଟାବେଳେ ପୁରୀରେ ପହଞ୍ଚିଥିଲେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ  ।   ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।   ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।  ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ ।  ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗରେ କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ  ।

ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବା,  ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ଯ ସେ ପରାମର୍ଶ ଦେଇଥିଲେ  । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ କହିଥିଲେ ।

ସ୍ଥାନୀୟ ଲୋକ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବା, ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକର ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ  ।

ଏହି ଗସ୍ତ ଅବସରରେ  ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀ ସେତୁ କାମର ଅଗ୍ରଗତି ମଧ୍ଯ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ  ।

ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.