Latest Odisha News

BREAKING NEWS

Nuapada Bypoll: ଭୋଟ ଦେଉଛି ନୂଆପଡ଼ା, ନେତା ବାଛିବେ ଅଢେଇ ଲକ୍ଷ ଭୋଟର

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ। ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ନେତା ବାଛିବେ। ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ମୋଟ୍ ୩୫୮ ମତଦାନ କେନ୍ଦ୍ରରୁ ୪୭ଟି ସମ୍ବେଦନଶୀଳ ବୁଥ୍। ସମ୍ବେଦନଶୀଳ ବୁଥ୍‌ରେ ୪ଟା ଯାଏଁ, ଅନ୍ୟ ସବୁ ବୁଥ୍‌ରେ ୫ଟା ଯାଏଁ ଭୋଟିଂ ହେବ। ସୁରକ୍ଷା ଦାୟିତ୍ବରେ ଅଛନ୍ତି ୧୪ କମ୍ପାନୀ କେନ୍ଦ୍ରୀୟ ଫୋର୍ସ। ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳାଫଳ।

ନୂଆପଡ଼ା ଏନଏସିରେ ୧୭ଟି, ଖରିଆର ରୋଡ଼ ଏନଏସିରେ ୧୯ଟି, ନୂଆପଡ଼ା ବ୍ଲକରେ ୧୫୭ ଓ କୋମନା ବ୍ଲକରେ ୧୬୫ଟି ବୁଥ୍ କରାଯାଇଛି । ୬ଟି ପିଙ୍କ ବୁଥ୍ କରାଯାଇଛି । ସମସ୍ତ ବୁଥରେ ୱେବ କାଷ୍ଟିଂ ବ୍ୟବସ୍ଥା ହୋଇଥିବା ବେଳେ, ପାନୀୟ ଜଳ ଓ ଅନ୍ୟାନ ସୁବିଧାସୁଯୋଗର ବ୍ୟବସ୍ଥା ବି ହୋଇଛି । ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ସମାପନ କରିବାକୁ ଜଣେ ଏସପି ଓ ଅତିରିକ୍ତ ଏସପି, ୬ଜଣ ଡିଏସପି, ୯ଇନ୍ସପେକ୍ଟର, ୧୫୧ ଏସଆଇ ଓ ଏଏସଆଇ, ୧୦୩ ହାବିଲଦାର, ୪୭୭ଜଣ କନେଷ୍ଟବଲ, ୧୫୯ ଏପିଆର କନେଷ୍ଟବଲ, ୩୭ ଓଏପିଏଫ, ୨୮୭ଜଣ ଗୃହରକ୍ଷୀ ସମେତ ସିଏପିଏଫ ୧୪ କମ୍ପାନି, ଏସଏପି ୬ପ୍ଲାଟୁନ ୨ସେକ୍ସନ ଯବାନ ନିୟୋଜିତ ହୋଇଛନ୍ତି ।

Comments are closed.