Latest Odisha News

BREAKING NEWS

ଏପ୍ରିଲ୍ ୨ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଏପ୍ରିଲ୍ ୨ ତାରିଖରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ । ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ଉପରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ସୂତ୍ର ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହ ଉତ୍ସବରେ ଉପରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗେ ଦେବ । ଏନେଇ ନିକଟରେ ବସିଥିବା ବୈଠକରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ସବିତା ଆଚାର୍ଯ୍ୟ ଆଲୋଚନା କରିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଉତ୍ସବରେ ଉପରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଉତ୍ସବରେ ପ୍ରାୟ ୧୮୦ ଜଣ ଛାତ୍ରୀଛାତ୍ରୀଙ୍କୁ ପିଏଚଡି ଏବଂ ଡିଏଲ୍ଇଟ୍ ପ୍ରଦାନ କରାଯିବ । ସମସ୍ତ ବିଭାଗର ଟପ୍ପରଙ୍କୁ ଦୀକ୍ଷାନ୍ତ ଉତ୍ସବରେ ସ୍ୱର୍ଣ୍ଣ ପଦକ ଦିଆଯିବ ।

Leave A Reply

Your email address will not be published.