ବୁର୍ଲା: ଭିସୁଟର ଜଣେ ଛାତ୍ରୀ ପାୱାର ଚାନେଲକୁ ଡେଇଁ ପଡିଛନ୍ତି। ଛାତ୍ରୀଙ୍କ ନାଁଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ । ଗତକାଲି ରାତି ୧୦ଟାରେ ଚିନ୍ମୟୀ ପାୱାର ଚାନେଲକୁ ଡେଇଁ ପଡ଼ିଛନ୍ତି । ଆତ୍ମହତ୍ୟା ଉଦ୍ଦେଶ୍ୟରେ ସେ ଏପରି ପଦକ୍ଷେପ ନେଇଥିବା ଅନୁମାନ କରାଯାଉଛି । ସେ ତାଙ୍କର ଜଣେ ସାଙ୍ଗଙ୍କ ଉପସ୍ଥିତିରେ ଅଚାନକ ପାୱାର ଚାନେଲକୁ ଡେଇଁ ପଡ଼ିଥିଲେ । ଖବର ପାଇଁ ପୋଲିସ ଖୋଜାଖୋଜି କରିଥିଲା । ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିପାରିନାହିଁ ।
କଳାହାଣ୍ଡି ଜିଲ୍ଲା ରାମପୁର ମଦନପୁର ଅଂଚଳର ବାସିନ୍ଦା ଚିନ୍ମୟୀ ପ୍ରିୟଦର୍ଶନୀ ଭିସୁଟରେ ଆଇଟି ବିଭାଗର ସ୍ନାତକ ଶ୍ରେଣୀରେ ଉତୀର୍ଣ୍ଣ ହୋଇଥିଲେ। ଗତକାଲି ସମାବର୍ତ୍ତନ ଉତ୍ସବ ଥିଲା । ସେ ତାଙ୍କ ସାର୍ଟିଫିକେଟ୍ ନେବା ପାଇଁ ଭିସୁଟକୁ ଆସିଥିଲେ।
ଗତକଲି ସେ ତାଙ୍କର ଜଣେ ସହପାଠୀଙ୍କ ସହିତ ସେ ପିସି ବ୍ରିଜ୍ ନିକଟକୁ ବୁଲିବାକୁ ଯାଇଥିଲେ । ପିସି ବ୍ରିଜ୍ ଉପରେ ଉଭୟ କଥାବାର୍ତ୍ତା କରୁଥିବା ବେଳେ ଅଚାନକ ସେ ପାୱାର ଚାନେଲକୁ ଡେଇଁ ପଡ଼ିଥିଲେ । ଟଙ୍କା ସହପାଠୀଙ୍କ କହିବା ଅନୁଯାୟୀ ସେ କୌଣସି କାରଣରୁ ମାନସିକ ବିଷାଦରେ ଥିବା ପରି ଲାଗିଥିଲା। ତେବେ କାହିଁକି ବିଷାଦରେ ଥିଲେ ଜଣ ପଡିନି।
ଗତକାଲି ଖୋଜାଖୋଜି ପରେ ତାଙ୍କର କୌଣସି ସନ୍ଧାନ ମିଳି ନ ଥିଲା । ଅନ୍ଧାର ହୋଇଯିବାରୁ ଖୋଜାଖୋଜି ବନ୍ଦ ରହିଥିଲା । ଆଜି ସକାଳେ ପୁଣି ଖୋଜାଖୋଜି ଆରମ୍ଭ ହେବ । ପୋଲିସ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଆଜି ଖୋଜାଖୋଜି କରାଯିବ ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର

Comments are closed.