Latest Odisha News

IIT ଓ NIT ପରି ଇଞ୍ଜିନିୟରିଂ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବେ ବିକଶିତ ହେବ VSSUT

ସମ୍ବଲପୁର: ସମ୍ବଲପୁରରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ହେମନ୍ତ ଶର୍ମା । ଆଜି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ମା’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି ।

VSSUT ଯାଇ ବିଶ୍ୱବିଦ୍ୟାଳୟର ଏକାଡେମିକ ବ୍ଲକରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା ଅଡିଟରିୟମ୍, ପୁଲହ ଓ ବଶିଷ୍ଠ ହଲ୍ ପରିଦର୍ଶନ କରିଥିଲେ । ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।

ଦେଶରେ ବୈଷୟିକ କ୍ଷେତ୍ରରେ VSSUTର ଗୁରୁତ୍ୱକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହାକୁ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ । ଏଥିପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ । ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ । ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ ପ୍ରସ୍ତୁତ କରାଯିବ ମାଷ୍ଟର ପ୍ଲାନ୍ ।

ବଇଜାମୁଣ୍ଡାଠାରେ ଚାଲିଥିବା ସମନ୍ୱିତ ଭିତ୍ତିଭୂମି ପ୍ରକଳ୍ପ ପ୍ରଦର୍ଶନ କରି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଭିକାରୀ ଥଇଥାନ କେନ୍ଦ୍ରର ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ସମନ୍ୱିତ ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ ସେବା ଯେପରି ସୁବିଧାରେ ମିଳି ପାରିବ । ସେଥିପାଇଁ ସମୟବଦ୍ଧ କାର୍ଯ୍ୟସୂଚୀ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ ।

ସମଲେଶ୍ୱରୀ ମନ୍ଦିର ପଶ୍ଚିମ ଓଡ଼ିଶାର ଆଧ୍ୟତ୍ମିକ ପ୍ରାଣକେନ୍ଦ୍ର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ରୂପାନ୍ତର କାର୍ଯ୍ୟକ୍ରମରେ ସମଲେଶ୍ୱରୀ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ସମଲେଇ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସେବାୟତ ଓ ଜନସାଧରଣଙ୍କ ମତାମତ ନେଇଥିଲେ । ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ OBCC କର୍ତ୍ତୃପକ୍ଷ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଅବଗତ କରାଇଥିଲେ । ପ୍ରକଳ୍ପ ଅଧିନସ୍ଥ ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ କରି ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ୫ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ବରିଷ୍ଠ ଅଧିକାରୀମାନେ ପ୍ରଥମେ ମା’ ସମଲେଶ୍ୱରୀଙ୍କ ମନ୍ଦିରକୁ ଯାଇ ମା’ଙ୍କର ପୂଜାର୍ଚ୍ଚନା କରିଥିଲେ ।

Leave A Reply

Your email address will not be published.