Latest Odisha News

BREAKING NEWS

କେନ୍ଦ୍ରାପଡାରେ ପୋଲିସ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଆହତ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ରାଜନଗର-ଗୁପ୍ତି ରୋଡ୍ ଛକ ନିକଟରେ ପୋଲିସର ଏନ୍କାଉଣ୍ଟରରେ ମଙ୍ଗଳବାର ଦିନ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛି ।

ଆହତ ଅପରାଧୀ ଜଣକ ସଞ୍ଜୟ ବିଶ୍ୱାଳ (ବାବୁ) ବୋଲି ଜଣାପଡିଛି ।

ମିଳିଥିବା ସୂଚନାନୁଯାୟୀ ବାବୁ ରାଜନଗର-ଗୁପ୍ତି ରୋଡ୍ ରାସ୍ତା ଦେଇ ଏକ ବାଇକ ଯୋଗେ ଯାଉଥିବା ବେଳେ କୌଣସି ସୁତ୍ରରୁ ଖବର ପାଇ ପଟ୍ଟାମୁଣ୍ଡାଇ ପୋଲିସ ତାକୁ କାବୁ କରିବାକୁ ଚେଷ୍ଟା କରିଥିଲା। ଏହି ସମୟରେ ବାବୁ ପୋଲିସ୍ ଉପରକୁ ଅତର୍କିତ ଆକ୍ରମଣ କରିଥିଲା ବେଳେ ଏହାର ପାଲଟା ଜବାବରେ ପୋଲିସ୍ ଗୁଳି ଚାଳନା କରିଥିଲା। ଏହି ଗୁଳି ଚାଳନାରେ ବାବୁର ବାମ ଗୋଡରେ ଗୁଳି ବାଜିଥିଲା ।

ଆହତ ଅପରାଧୀର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ତାକୁ ଚିକିତ୍ସା ନିମନ୍ତେ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ତାର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାକୁ କଟକ ବଡ ମେଡିକାଲକୁ ପଠାଇ ଦେଇଥିବା ନେଇ ଜଣାପଡିଛି ।

ସଞ୍ଜୟ ଠାରୁ ଗୋଟିଏ ବାଇକ୍, ଗୋଟିଏ ଦେଶୀ ବନ୍ଧୁକ ଏବଂ ୨ଟି ଗୁଳି ଜବତ କରିଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ।

ଆହୁରି ମଧ୍ୟ ବାବୁ ନାମରେ ଜିଲ୍ଲାର ବିଭିନ୍ନ ଥାନାରେ ୧୦ରୁ ଅଧିକ ଅପରାଧୀକ ମାମଲା ରହିଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ।

Leave A Reply

Your email address will not be published.