ଭୁବନେଶ୍ଵର:ରାଜ୍ୟରେ ଆହୁରି ୬ ଦିନ ଯାଏ ବର୍ଷା ହେବ । ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା ରହିଛି।
ଟ୍ରପ ପ୍ରଭାବରେ ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ନୂଆପଡା, ବରଗଡ଼, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ ଏହି ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, କେନ୍ଦୁଝର,ମୟୁରଭଞ୍ଜ ବାଲେଶ୍ୱର ଏହି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ଵାର୍ଣ୍ଣିଙ୍ଗ ଜାରି କରିଛି ବିଭାଗ।
ଏପଟେ ଜୁନ ୧ ରୁ ଏଯାବତ ୪୮୮. ୯ ମିମି ହୋଇଥିବା ବେଳେ ସ୍ୱାଭାବିକ ବର୍ଷାଠାରୁ ୧୩ ପ୍ରତିଶତ ଅଧିକ ବର୍ଷା ରାଜ୍ୟରେ ହୋଇଛି। ତେବେ ୨୪ ଘଣ୍ଟା ମଧ୍ୟରେ ପୁରୀ କାକଟପୁରରେ ସର୍ବାଧିକ ୧୦୮ ମିମି ବର୍ଷା ରେକର୍ଡ କରାଯାଇଛି ।

Comments are closed.