Latest Odisha News

BREAKING NEWS

Weather Update: ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି । ଫଳରେ ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ସୁନ୍ଦରଗଡ଼, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, କୋରାପୁଟ ଓ ନୂଆପଡ଼ା ଆଦି ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଏହି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

ସେହିପରି, ସୋମବାରରୁ ମଙ୍ଗଳବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ ଘଡ଼ଘଡ଼ି, ବିଜୁଳି ଓ ପବନ ବୋହିବ ।

Comments are closed.