Latest Odisha News

BREAKING NEWS

Baitarani River: ବିପଦ ସଂକେତ ଉପରେ ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ଭଦ୍ରକ: ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଉଥିବା ସୂଚନା ରହିଛି । ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ, ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ନଦୀର ଜଳସ୍ତର । ଆଖୁଆପଦା ଠାରେ ବିପଦ ସଂକେତ ୧୮.୩୩ ମି.; ଜଳସ୍ତର ୧୮.୪୨ ମି. ରହିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କରାଯାଇ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

ସେହିପରି, ସୁବର୍ଣ୍ଣରେଖା ଜାମଶୋଳାଘାଟରେ ବିପଦ ସଙ୍କେତ ଟପିଛି । ବ୍ରାହ୍ମଣୀ ପାନପୋଷ ପାଖରେ ବିପଦ ସଙ୍କେତ ନିକଟତର ହୋଇଛି । ବର୍ଷା ଜାରି ରହିଲେ ତଳିଆ ଅଞ୍ଚଳରେ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି ।

୨୫ ତାରିଖ ଅର୍ଥାତ୍ ଆସନ୍ତାକାଲି ସୁଦ୍ଧା ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ଫଳରେ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା ଏବଂ ଜଳକା ଆହୁରି ଫୁଲିବାର ସମ୍ଭାବନା ରହିଛି ।

ଶୁକ୍ରବାର ଉତ୍ତର ଓଡ଼ିଶା ଓ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ସୁବର୍ଣ୍ଣପୁର ଏବଂ ଢେଙ୍କାନାଳ ଜିଲ୍ଲାର ଅନେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି ।

Comments are closed.