Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ଚଢାଉ

କେନ୍ଦ୍ରାପଡା: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉ କରିଛନ୍ତି । ଏହା ସହ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଛି ।

କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଭଦ୍ରକ ଓ ଭୁବନେଶ୍ବରରେ ଏକକାଳୀନ ଚାଲିଛି ରେଡ୍ । ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ ହୋଇଛି l ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟ ରେ SDO ଭାବେ କାର୍ଯ୍ୟ କରୁଛନ୍ତି ।

ଚଢାଉରେ ୨ଜଣ ଅତିରିକ୍ତ ଏସପି, ୯ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଓ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି । କଟକ ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଚଢ଼ଉ ଜାରି ରହିଛି ।

Leave A Reply

Your email address will not be published.